ଭଞ୍ଜନଗର, ତା-୧୯/୨ (ଶକ୍ତି ପ୍ରସାଦ କର )
ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଡ଼ଃ ପ୍ରମୋଦ କୁମାର ପୃଷ୍ଟି,ଓ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ,
ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରଫୁଲ କୁମାର ବଡ଼ଜେନା ,ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 345ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ ।

ବ୍ୟକ୍ତିଗତ ଅଭିଯୋଗ 320ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ 25ଟି ଥିଲା, ଅତରିକ୍ତ ଜିଲ୍ଲାପାଳ ତ୍ୱରିତ 2 ଟି ଅଭିଯାଗର ଫଇସଲା କରିଥିଲେ। ଜଣକୁ ରେଡକ୍ରାସ ପାଣ୍ଠିରୁ 5000(ପାଞ୍ଚ ହଜାର ଟଙ୍କା ଓ ଅନ୍ୟ ଜଣକୁ ମଧ୍ୟ ରେଡ଼କ୍ରୋସ ପାଣ୍ଠି ରୁ 5000 ଟଙ୍କା ଦିଆ ଯାଇଥିଲା,ଆଜିର ଅଭିଯାଗ ସମୟରେ ଅତିରିକ୍ତ ଜିଲ୍ଲାପାଳ ,ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ।

ଏହି ଅଭିଯୋଗ ଶୁଣାଣି ସମୟରେ ,ଭଞ୍ଜନଗର ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀ ବିଶ୍ୱ ରଞ୍ଜନ କର,ଭଞ୍ଜନଗର ତହସିଲଦାର ଶ୍ରୀ ଉମାଶଙ୍କର ବେହେରା,ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଦିପ୍ତିମଣୀ ପ୍ରଧାନ,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ କୁମାର ଶତପଥୀ, ଭଞ୍ଜନଗର ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର ,ଭଂଜନଗର ,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି,,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ଶ୍ରୀ ଅନିଲ କୁମାର ପଣ୍ଡା, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l

