You are currently viewing କୋଦଳା ବିଜ୍ଞାପିତ ଅଞ୍ଚଳ ପରିଷଦର ତୃତୀୟ ସାଧାରଣ ବୈଠକ ଅନୁଷ୍ଠିତ
କୋଦଳା ବିଜ୍ଞାପିତ ଅଞ୍ଚଳ ପରିଷଦର ତୃତୀୟ ସାଧାରଣ ବୈଠକ ଅନୁଷ୍ଠିତ

ଗଞ୍ଜାମ ଜିଲ୍ଲା କୋଦଳା ଏନଏସିର ତୃତୀୟ ସାଧାରଣ ବୈଠକ କଲ୍ଯାଣ ମଣ୍ଡପ ଠାରେ ଶୁକ୍ରବାର ଅଧ୍ଯକ୍ଷ ସୂର୍ଯ୍ୟ ନାରାୟଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆସିକା ସାଂସଦ ଅନୀତା ଶୁଭଦର୍ଶନୀ ପଟ୍ଟନାୟକ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଇଥିଲେ ।ଏନଏସି ପକ୍ଷରୁ ଉଭୟଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା କରାଯାଇଥିଲା। ଏନଏସି ଉପାଧ୍ଯକ୍ଷା ରଞ୍ଜିତା ସେଠୀଙ୍କ ସହ ୧୦ ଜଣ କାଉନସିଲର ଉପସ୍ଥିତ ରହିଥିଲେ। ବିଗତ ଦିନରେ ଏନ୍‌ଏସିରେ ହୋଇଥିବା ଉନ୍ନୟନ କାର୍ଯ୍ୟ ବାବଦରେ ଅଧ୍ଯକ୍ଷ ଆଲୋଚନା କରିଥିଲେ। ଆଗାମୀ ଦିନରେ ଏହି ସହରକୁ ସରସ ସୁନ୍ଦର ସହର ଭାବେ ଗଢ଼ିବା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ ସାଂସଦ ଓ ବିଧାୟକ। ରାସ୍ତା, ଡ୍ରେନ, ପାନୀୟଜଳ, ନୂତନ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ, କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଅଭାବ, ବିଦ୍ଯାଳୟରେ ଶ୍ରେଣୀ ଗୃହ ଓ ଶିକ୍ଷକ ଅଭାବକୁ ନେଇ ଆଲୋଚନା ହୋଇଥିଲା।ସ୍ବାସ୍ଥ୍ୟ ସେବା ଏକ ପ୍ରମୁଖ ସେବା ହୋଇଥିବା ବେଳେ ଡାକ୍ତର ଅଭାବକୁ ନେଇ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ଓ ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇଥିବା କହିଥିଲେ ବିଧାୟକ ପ୍ରତାପ ଚନ୍ଦ୍ର ନାୟକ। କୋଦଳା ଅଞ୍ଚଳରେ ସାମୁହିକ ବିକାଶ ପାଇଁ ସମସ୍ତେ ମିଳିମିଶି କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ ସାଂସଦ ଅନୀତା ଶୁଭଦର୍ଶନୀ ପଟ୍ଟନାୟକ ।ଏଥିରେ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ। ନିର୍ବାହୀ ଅଧିକାରୀ କୃଷ୍ଣଚନ୍ଦ୍ର ରଥ ଧନ୍ୟବାଦ ଅର୍ପଣ କରିଥିଲେ।
ଗଞ୍ଜାମ କୋଦଳା ରୁ କୃଷ୍ଣ ଚନ୍ଦ୍ର ପଲାଇ ଙ୍କ ରିପୋର୍ଟ ଆଇ ଜେ ବି ନିୟୁଜ ।