ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯୋଗଦେଇ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ଏହି ସମ୍ମାନସ୍ଫଦ ପୁରସ୍କାର ପ୍ରଦାନ କରିଛନ୍ତି । କଳାହାଣ୍ଡି ଜିଲ୍ଲାର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାରେ ଜନଜାତି ପିଲାମାନଙ୍କ ଶିକ୍ଷାର ବିକାଶ ପାଇଁ ସମର୍ପିତ ବିଲେଷୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁ ଏହି ସମ୍ମାନରେ ସମ୍ମାନିତ ହୋଇଛନ୍ତି । ଶିକ୍ଷକମାନଙ୍କୁ ମେରିଟ୍ ସାର୍ଟିଫିକେଟ୍, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯାଇଛି ।

