ପୁରୀ ୧୧/୧୧ ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏଥିରେ ଅଧ୍ୟକ୍ଷତା କରିବା ସହ ଅଭିଯୋଗ କାରୀ ଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏଥିରେ ମୋଟ ୯୦ ଗୋଟି ଅଭିଯୋଗ ମିଳିଥିଲା।ତନ୍ମଧ୍ୟରୁ ୭୭ ଗୋଟି ବ୍ୟକ୍ତିଗତ ଅଭିଯୋଗ,୯ ଗୋଟି ଗ୍ରାମ୍ୟ ସମ୍ପର୍କରେ ଅଭିଯୋଗ, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ପାଇଁ ୨ ଗୋଟି ଓ ରେଡ଼କ୍ରସ ସହାୟତା ପାଇଁ ୨ ଗୋଟି ଆବେଦନ ମିଳିଥିଲା।

ତତକ୍ଷଣାତ ୨୬ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା।ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା।ଅନ୍ୟ ମାନଙ୍କ ମଧ୍ୟରେ ଏସ ପି ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।

