You are currently viewing ଆମ୍ବଗଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ
ଆମ୍ବଗଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କୁକୁଡ଼ାଖଣ୍ଡି ବ୍ଲକ ଦକ୍ଷିଣପୁର ପଞ୍ଚାୟତ ଅନ୍ତର୍ଗତ ଆମ୍ବଗଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ସୁନୀତା ସାହୁଙ୍କ ସଭାପତିତ୍ବରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଲାଞ୍ଜିଆ ସମିତି ସଭ୍ୟ ତଥା ଆମ୍ବଗଡ଼ ସେବା ସମବାୟ ସମିତିର ସଭାପତି କାହ୍ନୁ ଚରଣ ପାତ୍ର ଓ ସମ୍ମାନିତ ଅତିଥିଭାବେ ଦକ୍ଷିଣପୁର ସରପଞ୍ଚ ଦେବାଶିଷ ସେଠୀ ଏବଂ ମୁଖ୍ୟ ବକ୍ତାଭାବେ ସି ଆର ସି ସି ଦୁଷ୍ମନ୍ତ କୁମାର ପଟ୍ଟନାୟକ ଅନ୍ୟତମ ଅତିଥି ପୂର୍ବତନ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ପ୍ରତିମା ଦାସ , ଗୁଣ୍ଠବନ୍ଧ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ସୁଜାତା କୁମାରୀ ସାହୁ ଯୋଗଦେଇ ଭଗବାନଙ୍କ ନିକଟରେ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଗାନ କରାଯାଇଥିଲା ।

ଅତିଥି ମାନେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିବା ସହିତ ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ । ଅତିଥିମାନଙ୍କ ଦ୍ଵାରା କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ପ୍ରଧାନ ଶିକ୍ଷୟତ୍ରୀ ସୁନୀତା ସାହୁ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷୟତ୍ରୀ ସୁମୀତ୍ରା ମହାପାତ୍ର ଓ ଜନତା କୁମାରୀ ସାହୁ ମଞ୍ଚ ପରିଚାଳନା କରିଥିଲେ ଏବଂ ଶିକ୍ଷକ ମାନସ ରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷୟତ୍ରୀ ଅରୁଣା କୁମାରୀ , ଏଲ୍ ଚିନାମୂଲ୍ ପାତ୍ର ଓ ଆଞ୍ଚଲ୍ ବିଷୋୟୀ କାର୍ଯ୍ୟକ୍ରମରେ ସହଯୋଗ କରିବା ସହିତ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶିବରାମ ବେହେରା ଓ ସମସ୍ତ ସଦସ୍ୟ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦନା କରିଥିଲେ ।