You are currently viewing ରାଇଘର ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।
ରାଇଘର ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ରାଇଘର (ଲାଳଧର ଦୁର୍ଗା ) ତା୨୭.୦୫.୨୦୨୫:
ଆଜି ରାଇଘର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ବି ଡି ଓ ଲକ୍ଷ୍ମୀ ସାଗର ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୪୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦି ବ୍ୟାଙ୍ଗ ମାନଙ୍କୁ ୧୮ ଟି ହୁଇଲ୍ ଚେୟାର ଏବଂ ୩୦ ଟି ଶ୍ରବଣ ଯନ୍ତ୍ର ପ୍ରଦାନ କରଯାଇଥିଲା।