ଗଞ୍ଜାମ ଜିଲ୍ଲା ହାତୀଓଟ ମିନି ଷ୍ଟାଡିୟମ ଠାରେ ନୋଡାଲ ହାଇସ୍କୁଲ ର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ କୁ ଉଦଘାଟନ କରିଛନ୍ତି। ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ନିରଞ୍ଜନ ବିଶି ମୂଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ଜନ ପ୍ରତିନିଧି,ମାନ୍ୟଗଣ୍ୟ ବ୍ୟକ୍ତି, ଅଭିଭାବକ ଅଭିଭାବିକା, ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ।
