You are currently viewing ରାଇଘରଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।
ରାଇଘରଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର ତା୧୮.୦୮.୨୦୨୫:
ଆଜି ରାଇଘର ପଞ୍ଚାୟତ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ବାଇଁ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ ସେନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର ,ତହସିଲଦାର ରିତୁ ସିଂ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


ଏହି ଜନ ଶୁଣାଣି ଶିବିରରେ ମୋଟ ୨୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୨ଟି ଅଭିଯୋଗର ସମାଧାନ ତତ୍ କ୍ଷଣାତ କରାଯାଇଥିଲା।(ରାଇଘର ରୁ ଲାଳଧର ଦୁର୍ଗା ଙ୍କ ରିପୋର୍ଟ IJBNEWS ନିୟୁଜ ),