କୋଦଳା ( ୦୩/୦୨/୨୦୨୩)
ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସ୍ଥିତ କାଣ୍ଟା ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗ ଦେଇ ଉସ୍ଛବର ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବେ ହାତୀଓଟ ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟର ଅଧ୍ୟାପକ ନୀଳାଞ୍ଚଳ ସ୍ବାଇଁ ଯୋଗ ଦେଇ ବିଦ୍ୟାଳୟର ଉତ୍ତୋରାତ୍ତର ଉନ୍ନତି କାମନା କରିବା ସହିତ ଛାତ୍ରୀଙ୍କୁ ଦିଗଦର୍ଶନ ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ଭାବେ ବେଗୁନିଆପଡ଼ା ଥାନା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ବେଗୁନିଆପଡ଼ା ସରପଞ୍ଚ ମନୀଷା ପ୍ରଧାନ ଓ ସମିତି ସଭ୍ୟା ନିର୍ମଳା ପାତ୍ର ଯୋଗଦେଇଥିଲେ।ଆବାହକ ସଞ୍ଜୟ କୁମାର ଦାଶଙ୍କ ତତ୍ବାବଧାନରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ପରିଶେଷରେ କୃତି ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।ଗଞ୍ଜାମ କୋଦଳା ରୁ କୃଷ୍ଣଚନ୍ଦ୍ର ପଲାଇ ଙ୍କ ରିପୋର୍ଟ ଆଇ ଜେ ବି ନିୟୁଜ।
