ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା: ବାବୁ ସିଂ
ଭୁବନେଶ୍ୱର ତା.୦୪/୦୫: ଆଜି ଏକାମ୍ର ନିର୍ବାଚନ ମଣ୍ଡଳୀ ରେ ପାଞ୍ଚ କୋଟି ରୁ ଉର୍ଦ୍ଧ୍ୱ ଟଙ୍କାର ବେୟଅଟକଳ ର କପିଳପ୍ରସାଦ – ଜଟଣୀ ରାସ୍ତା ଭୂମି ପୂଜନ କଲେ ବିଧାୟକ ବାବୁ ସିଂ।ଭୂମି ପୂଜନ ଉତ୍ସବ ରେ ଏକାମ୍ର ବିଧାୟକ ବାବୁ ସିଂ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଶୁଭ ଦେଇଥିଲେ।ଏହି ଅବସରରେ ବିଧାୟକ ବାବୁ ସିଂ କହିଛନ୍ତି ଯେ ,ପ୍ରଗତି ପଥେ ଆମ ଏକାମ୍ର ନିର୍ବାଚନ ମଣ୍ଡଳୀ। ଆଜି ଏକାମ୍ର ନିର୍ବାଚନ ମଣ୍ଡଳୀର ପାଞ୍ଚ କୋଟି ରୁ ଉର୍ଦ୍ଧ୍ୱ ଟଙ୍କାର ବେୟଅଟକଳ ର କପିଳପ୍ରସାଦ – ଜଟଣୀ ରାସ୍ତା ପ୍ରକଳ୍ପ ର ଭୂମି ପୂଜନ କରିଲୁ

।ବିକାଶର ଅନ୍ୟନାମ ବିଜେପି ଓଡ଼ିଶା ପ୍ରଦେଶର ଶାସନ ବ୍ୟବସ୍ଥା ପରିବର୍ତନ ପରେ ବିଜେପି ଏକାକୀ ସରକାର ଗଠନ କରି ଗତ କିଛି ମାସ ମଧ୍ୟରେ ଏକାମ୍ର ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ବିଶ୍ୱାସଭାଜନ ହୋଇପାରିଛି ।ରାଜ୍ୟରେ ଡବଲଇଞ୍ଜିନ ସରକାରଙ୍କ ଅନେକ ଜନହିତକାରି, ଗରିବ କଲ୍ୟାଣକାରୀ, ଜନକଲ୍ୟାଣକାରୀ, ସର୍ବବ୍ୟାପି, ସର୍ବସ୍ପର୍ଶୀ ବିକାଶମୂଳକ କାର୍ଯ୍ୟ ରେ ଜନସାଧାରଣ ଉପକୃତ ହେଉଛନ୍ତି।ଏକାମ୍ର ନିର୍ବାଚନ ମଣ୍ଡଳୀର ସମସ୍ତ ଜନସାଧାରଣ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା ।ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଦିନକୁ ଦିନ ବଢ଼ିଚାଲିଛି ବୋଲି ବିଧାୟକ ଶ୍ରୀ ସିଂ କହିଛନ୍ତି

।ଆଜିର ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ କର୍ପୋରେଟର ମଧୁସ୍ମିତା ପ୍ରଧାନ, ବିଜେପି ନେତା ସୁରେନ୍ଦ୍ର ପ୍ରଧାନ, ପ୍ରଶାନ୍ତ ପ୍ରଧାନ ,ସୁନ୍ଦରପଦା କପିଳପ୍ରସାଦ ଗ୍ରାମ ର ସମସ୍ତ ମୁରବି ଙ୍କ ସମେତ ବହୁ ସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ଥିଲେ ।

