You are currently viewing ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ବାଲିଗୁଡା, ତା, ୧୬/୦୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ତିନି ଦିନିଆ ରଜ ଉତ୍ସବ ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଉଛି l ଏହି ଅବସରରେ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ଦୋଳି ଖେଳ, ରଜଗୀତ, ପୋଡ଼ପିଠା ଓ ବିଭିନ୍ନ ପାରମ୍ପରିକ ଖାଦ୍ୟର ଆସର ଜମିଛି। ଯୁବତୀ ମାନେ ନୂତନ ପୋଷାକ ପିନ୍ଧି ରଜ ପାଳନ କରୁଥିବା ବେଳେ ଶିଶୁ ଓ ଯୁବବର୍ଗ ମଧ୍ୟ ଏହି ପର୍ବରେ ସାମିଲ ହୋଇଛନ୍ତି। ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ, ରଜ ଦୋଳି, ବିଭିନ୍ନ ପ୍ରତିଯୋଗିତା ଆୟୋଜନ ହେଉଛି l ଓଡ଼ିଆ ଲୋକ ସଂସ୍କୃତି ଓ ପରମ୍ପରାର ସୁରକ୍ଷା କୁ ଆଖି ଆଗରେ ରଖି ସ୍ଥାନୀୟ ଟାଉନର ଦଣ୍ଡପାଣି ଲଜ ମାଲିକ ପଦ୍ମନାଭ ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତା ରେ ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଲଜ ର ସାଂସ୍କୃତିକ ଭବନ ପରିସରରେ ଉଦଘାଟିତ ହୋଇ ଯାଇଛି l ଉଦଘାଟନ ର ପ୍ରଥମ ଦିନରେ ଅବସର ପ୍ରାପ୍ତ ମେଡିକାଲ ସୁପର ଭାଇଜର ତଥା ବରିଷ୍ଠ ସାଂସ୍କୃତିକ କଳାକାର ନାରାୟଣ ବରାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା l ଏଥିରେ ଅଞ୍ଚଳ ର ଶତାଧିକ ବିବାହିତ ମହିଳା,ଝିଅ, ଶିଶୁ ଉପସ୍ଥିତ ରହି ବିଭିନ୍ନ ପ୍ରତିଯୋଗିତା ରେ ଭାଗ ନେଇଥିଲେ l ଏଥିରେ ଜଜ ଭାବେ ନାରାୟଣ ବରାଳ ଏବଂ ଓଡ଼ିଶୀ ନୃତ୍ୟ ଗୁରୁ କେଦାର ନାଥ ନାୟକ ଯୋଗ ଦେଇଥିଲେ l