You are currently viewing ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ଆଲୋଚନା ଚକ୍ର
ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ଆଲୋଚନା ଚକ୍ର

ବେଲଗୁଣ୍ଠା, 18/02, ବେଲଗୁଣ୍ଠା ସ୍ଥିତ ବିଜ୍ଞାନ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ଏକ ଆଲୋଚନା ଚକ୍ର ମହାବିଦ୍ୟାଳୟ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଟିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ସନ୍ତୋଷ କୁମାର ପାଣିଗ୍ରାହୀ, ଅଶୋକ କୁମାର ସ୍ୱାଇଁ ଏବଂ ଗଣମାଧ୍ୟମ ପ୍ରତିନିଧି ଶିବରାମ ଚୌଧୂରୀ ପ୍ରମୁଖ ମଞ୍ଚାସୀନ ଥିଲେ I ବିଭାଗୀୟ ମୁଖ୍ୟ ଅଧ୍ୟାପିକା ପିଙ୍କି ପାତ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଅଧ୍ୟାପକ ଡ଼.ଗୁରୁମୂର୍ତ୍ତୀ ନାୟକ ସଂଯୋଜନା କରିଥିଲେ I ଛାତ୍ରୀ ସୁଶ୍ରୀ ବିନ୍ଦିଆ ମହାରଣା ‘ଶୈକ୍ଷିକ ଗବେଷଣା ‘ ଶୀର୍ଷକ ସନ୍ଦର୍ଭ ପାଠ କରିଥିଲେ I ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ଅଧ୍ୟାପିକା ପିଙ୍କି ପାତ୍ର ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ ଧନ୍ୟବାଦ ଜ୍ଞାପନ କରିଥିଲେ I

ରିପୋର୍ଟ-ଶିବରାମ ଚୌଧୁରୀ