You are currently viewing ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବ୍ରହ୍ମପୁରରେ ୨୦୨୬–୨୭ ଶିକ୍ଷାବର୍ଷର ଦ୍ୱିତୀୟ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ
ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବ୍ରହ୍ମପୁରରେ ୨୦୨୬–୨୭ ଶିକ୍ଷାବର୍ଷର ଦ୍ୱିତୀୟ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ

ବ୍ରହ୍ମପୁର: ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବ୍ରହ୍ମପୁରରେ ୨୦୨୬–୨୭ ଶିକ୍ଷାବର୍ଷର ଦ୍ୱିତୀୟ ଅଭିଭାବକ-ଶିକ୍ଷକ ବୈଠକ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ବନାନୀ ପାଣିଗ୍ରାହୀଙ୍କ ତତ୍ତ୍ୱାବଧାନରେ ସଫଳତାର ସହ ଅନୁଷ୍ଠିତ ହୋଇଥିଲା।

ଏହି ବୈଠକରେ ବିଦ୍ୟାଳୟ ପରିଚାଳନା ସମିତି (SMC)ର ସଭାପତି ଶ୍ରୀ ଅନିଲ କୁମାର ଚୌଧୁରୀ, ଉପସଭାପତି ଶ୍ରୀମତୀ ଏସ୍. ଆଶାଲତା ଏବଂ ସମିତିର ଅନ୍ୟାନ୍ୟ ସଦସ୍ୟମାନେ ଯୋଗଦେଇଥିଲେ। ବହୁ ସଂଖ୍ୟକ ଅଭିଭାବକ ଉପସ୍ଥିତ ରହି ବୈଠକରେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।

ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ବିଦ୍ୟାଳୟ ସମ୍ବନ୍ଧୀୟ ବିଭିନ୍ନ ବିଷୟ ଏବଂ ଛାତ୍ରୀମାନଙ୍କ ସର୍ବାଙ୍ଗୀଣ ବିକାଶ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଛାତ୍ରୀମାନଙ୍କ ଉନ୍ନତି ପାଇଁ ଅଭିଭାବକ ଓ ଶିକ୍ଷକମାନଙ୍କ ମଧ୍ୟରେ ମତବିନିମୟ ଏବଂ ସହଯୋଗକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।

ଏହି କାର୍ଯ୍ୟକ୍ରମକୁ ଶ୍ରୀମତୀ ବିରାଜବାଳା ସାହୁ ଓ ଶ୍ରୀମତୀ କେ. ଉଷାରାଣୀ ପରିଚାଳନା କରିଥିବା ବେଳେ ଅନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।

ବୈଠକରେ ଛାତ୍ରୀମାନଙ୍କ ଶିକ୍ଷାଗତ ଅଗ୍ରଗତି ଓ ସର୍ବାଙ୍ଗୀଣ ବିକାଶ ପାଇଁ ସମସ୍ତେ ମିଳିତ ଭାବେ କାର୍ଯ୍ୟ କରିବାର ସଂକଳ୍ପ ପ୍ରକାଶ କରିଥିଲେ।