You are currently viewing ଜିରୋଳି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ
ଜିରୋଳି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବେଲଗୁଣ୍ଠା,21/02,ବେଲଗୁଣ୍ଠା ବ୍ଳକ୍ ଜିରୋଳି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଚଳିତ ବର୍ଷର ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି I ଏହି ଉତ୍ସବରେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ,ମୁଖ୍ୟ ବକ୍ତା ରୂପେ ଭାରତ ସ୍କାଉଟସ୍ ଏବଂ ଗାଇଡ଼ସ୍ ର ରାଜ୍ୟ ସ୍ତରୀୟ ପ୍ରଶିକ୍ଷକ ପ୍ରଶାନ୍ତ କୁମାର ମିଶ୍ର ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ରୂପେ ଏବିଇଓ ସବିତା ମଲ୍ଲିକ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରଶାନ୍ତ କୁମାର ପଟ୍ଟନାୟକ,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗଙ୍ଗାଧର ନାୟକ ପ୍ରମୁଖ ମଞ୍ଚାସୀନ ରହି ପୂର୍ବରୁ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ I ଶିକ୍ଷକ ଶିବ ଶଙ୍କର ବେହେରାଙ୍କ ସଂଯୋଜନାରେ ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ I କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ଶଶିକଳା ମିଶ୍ର, ସୁଧାଂଶୁବାଳା ମିଶ୍ର, ସନ୍ଧ୍ୟାରାଣୀ ପାତ୍ର, ଶିକ୍ଷକ ସାହେବ ସ୍ୱାଇଁ, କୃଷ୍ଣ ଚନ୍ଦ୍ର କଅର,ସାନୁଜ କୁମାର ପ୍ରଧାନ, ଆଶୁତୋଷ ବରାଡ଼, ପୂର୍ବତନ ଶିକ୍ଷକ ପ୍ରମୋଦ ବାଘ ଏବଂ ପରିଚାଳନା କମିଟି ସଦସ୍ୟ ମାନେ ସହଯୋଗ କରିଥିଲେ I

ରିପୋର୍ଟ-ଶିବରାମ ଚୌଧୁରୀ