You are currently viewing ଶିଳ୍ପପତି ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁକେଶ କହିଲେ- ଓଡ଼ିଶା ନିବେଶର ଉପଯୁକ୍ତ ସ୍ଥାନ
ଶିଳ୍ପପତି ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁକେଶ କହିଲେ- ଓଡ଼ିଶା ନିବେଶର ଉପଯୁକ୍ତ ସ୍ଥାନ

ଭୁବନେଶ୍ୱର: ମୁମ୍ବାଇ ଗସ୍ତରେ ଥିବା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସିଏମଡି ମୁକେଶ ଅମ୍ବାନୀଙ୍କୁ ଭେଟିଛନ୍ତି। ସେହି ବୈଠକରେ 5T ସଚିବ ଭି.କେ ପାଣ୍ଡିଆନ୍ ଏବଂ ଶିଳ୍ପ ବିଭାଗ ସଚିବ ହେମନ୍ତ ଶର୍ମା ମଧ୍ୟ ଉପସ୍ଥିତ ଥିଲେ।
ମୁମ୍ବାଇରେ ମୁକେଶ ଅମ୍ବାନୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ସାକ୍ଷାତ ହୋଇଥିବା ସମୟରେ, ଓଡ଼ିଶା ନିବେଶର ଉପଯୁକ୍ତ ସ୍ଥାନ ବୋଲି କହିଛନ୍ତି ମୁକେଶ ଅମ୍ବାନୀ।
ଆଗାମୀ ଦିନରେ ରିଲାୟନ୍ସ ଗ୍ରୁପ ଓଡିଶାରେ ନିବେଶ କରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆଲୋଚନାରେ ଓଡିଶାରେ ମୁକେଶ ଆମ୍ବାନୀ ନିବେଶ କରିବା ନେଇ ଆଗ୍ରହ ପ୍ରକାଶ କରିଛନ୍ତି ଏବଂ ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି। ଏହି ସମୟରେ ମୁକେଶଙ୍କୁ ହକିର ଜର୍ସି ଉପହାର ଦେଇଛନ୍ତି ନବୀନ।