You are currently viewing ବେଗୁନିଆପଡ଼ା ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ
ବେଗୁନିଆପଡ଼ା ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

(ଗଞ୍ଜାମ କୋଦଳା ରୁ କୃଷ୍ଣଚନ୍ଦ୍ର ପଲାଇ ରିପୋର୍ଟ ଆଇ ଜେ ବି ନିୟୁଜ)

କୋଦଳା : (୦୬/୦୩/୨୦୨୩)
ବେଗୁନିଆପଡ଼ା ବ୍ଲକ ବେଗୁନିଆପଡ଼ା ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନାରାୟଣ ଭୂୟାଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବାର୍ଷିକ ଉତ୍ସବର ସଭାକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିବା ଅତିଥି ମାନଙ୍କ ଦ୍ୱାରା ଫ୍ରଦ୍ୱୀପ ପ୍ରଜ୍ଜଳନ କରାଯାଇଥିଲା। ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ୍ୱ ସଂଗୀତ ପରିବେଷଣ କରିବା ପରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା।
ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ବିଧାୟିକା ଲତିକା ପ୍ରଧାନ ଯୋଗ ଦେଇ ଶିକ୍ଷା ଓ ଛାତ୍ରଛାତ୍ରୀଙ୍କ ଉନ୍ନତି ଦିଗରେ ବକ୍ତବ୍ୟ ରଖିଥିଲେ। ବେଗୁନିଆପଡ଼ା ପଞ୍ଚାୟତର ସରପଞ୍ଚ ପ୍ରତିନିଧି ଦଣ୍ଡୁ ପ୍ରଧାନ, ସମିତି ସଭ୍ୟା ପ୍ରତିନିଧି ସନ୍ତୋଷ ପାତ୍ର, ଜିଲ୍ଲା ପରିଷଦ ସଭ୍ୟା, ବେଗୁନିଆପଡ଼ା ଥାନା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବର୍ତ୍ତମାନର ଛାତ୍ର ଛାତ୍ରୀ ମାନଙ୍କୁ ସ୍କାର୍ଟ କରିବା ପାଇଁ ହେଲେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ସ୍ମାର୍ଟ ହେବାକୁ ପଡିବ। ଗୁରୁମାନେ ଉପଯୁକ୍ତ ଶିକ୍ଷା ପ୍ରଦାନ କଲେ ପିଲାଙ୍କର ଶିକ୍ଷକ ପ୍ରତି ଭକ୍ତି ରହିଲେ ଶିକ୍ଷାର ବିକାଶ ସୁନିଶ୍ଚିତ ହେବ ବୋଲି ମତ ରଖିଥିଲେ। ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିବା ଦେଖିବାକୁ ମିଳିଥିଲା।