You are currently viewing ଖମ୍ବାରୀ ଗାଁ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ
ଖମ୍ବାରୀ ଗାଁ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଖମ୍ବାରୀ ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗୁରୁବାର ଦିନ ଅଧ୍ୟୟନରତ ବିଦ୍ୟାର୍ଥୀ ମାନଙ୍କ ନିମନ୍ତେ ମାଗଣା ପୋଷାକ ବିତରଣ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳୀ ସେଠୀଙ୍କ ସଂଯୋଜନାରେ ବିଦ୍ଯାଳୟ ପରିଚାଳନା କମିଟି ସଭାପତି ବିନୋଦ ଗୈାଡ ସଭାପତିତ୍ବ କରିଥିଲେ । ଏଥିରେ ମୁଖ୍ୟ ଅତିଥିଭାବେ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ ଯୋଗ ଦେଇଥିବା ବେଳେ ଅନ୍ୟତମ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ରସାନନ୍ଦ ଘଡେଇ ମୁଖ୍ୟ ବକ୍ତା ରୂପେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ । ସେହିପରି ସମ୍ମାନୀତ ଅତିଥି ଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦେବେନ୍ଦ୍ର ବେହେରା , ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୈାଡ , ସମିତି ସଭ୍ୟ ପ୍ରତିନିଧି ଭଗବାନ ମହାପାତ୍ର, ନାଏବ ସରପଞ୍ଚ ଶରତ ଚନ୍ଦ୍ର ନାୟକ , ପରିଚାଳନା କମିଟି ପୂର୍ବତନ ସଭାପତି କାଳିଆ ଗୈାଡ ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ବିଦ୍ୟାଳୟରେ ଅଧ୍ୟୟନ ରତ ପ୍ରଥମ ଶ୍ରେଣୀ ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୭୫ ଜଣ ଛାତ୍ରଛାତ୍ରୀଙ୍କୁ ମାଗଣା ପୋଷାକ ବଣ୍ଟନ କରାଯାଇଥିଲା । ଦୁଷ୍ମନ୍ତ ମହାପାତ୍ର ସଭା ପରିଚାଳନା କରିଥିବା ବେଳେ ସମସ୍ତ ଅଭିଭାବକ/ ଅଭିଭାବିକାଙ୍କ ଉପସ୍ଥିତିରେ ଶିକ୍ଷକ ଶିବ ନାୟକ , ସନ୍ତୋଷ କୁମାର , ଭାଗିରଥି ବେହେରା ସହଯୋଗ ପ୍ରଦାନ କରିଥିଲେ ।

ଦିଗପହଣ୍ଡି ପ୍ରତିନିଧି କିରଣ କୁମାର ବେହେରା