ଶିକ୍ଷକ ମାନଙ୍କ ନିରନ୍ତର ବୃତ୍ତି ଗତ ବିକାଶ ପାଇଁ ଶନିବାର ଦିନ ଦିଗପହଣ୍ଡି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ମାସିକ କ୍ଳଷ୍ଟର ସ୍ତରୀୟ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ନଗର ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ବୈଠକରେ ବ୍ଳକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ , ସହକାରୀ ଶିକ୍ଷକ ଉପେନ୍ଦ୍ର କୁମାର ପଣ୍ଡା ସମେତ ୯ ଗୋଟି ବିଦ୍ଯାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହିଥିଲେ । ଏହି ପରିପ୍ରେକ୍ଷୀରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସମ୍ବନ୍ଧୀୟ ଶିକ୍ଷା ଉପରେ ଗୁରୁତ୍ୱାରୋପ ଦିଆଯାଇଥିଲା । ଯେପରିକି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଶିକ୍ଷଣ ଦକ୍ଷତା ବୃଦ୍ଧି , ଶିକ୍ଷଣ ସାମଗ୍ରୀର ବ୍ୟବହାର ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ ନିମନ୍ତେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କର ଶୈକ୍ଷିକ ଦକ୍ଷତା ବୃଦ୍ଧି, ଶିକ୍ଷାର୍ଥୀ ମାନଙ୍କ ଶୈକ୍ଷିକ ପ୍ରଗତିକୁ ସମୀକ୍ଷା କରିବା ପାଇଁ ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ବୋଲି ଆଲୋଚନା କରାଯାଇଥିଲା ।
ଦିଗପହଣ୍ଡି ପ୍ରତିନିଧି କିରଣ କୁମାର ବେହେରା
