You are currently viewing ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ
ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ପଦ୍ମନାଭପୁର ପଞ୍ଚାୟତ ଅନ୍ତର୍ଗତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ପୋଷାକ ବିତରଣ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ କେ. କାଳିନ୍ଦୀ ଚରଣ ରେଡ୍ଡୀଙ୍କ ସଭାପତିତ୍ବ ଏବଂ ପ୍ରଧାନଶିକ୍ଷକ ଏମ୍. ସତ୍ୟନାରାୟଣ ଦୋରାଙ୍କ ସଂଯୋଜନାରେ ଅନୁଷ୍ଠିତ ବିତରଣ ଉତ୍ସବରେ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସେହିପରି ସ୍ଥାନୀୟ ସରପଞ୍ଚ ପ୍ରତିନିଧି ବି . କ୍ରିଷ୍ଣାରାଓ ସୁବୁଦ୍ଧି , ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ , କ୍ଳଷ୍ଟର ସଂଯୋଜକ ମେନସନ ପ୍ରଧାନ ପ୍ରମୁଖ ମଞ୍ଚାସୀନ ରହିଥିଲେ । ଏହି ଅବସରରେ ଅତିଥି ବୃନ୍ଦ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ମାଗଣା ପୋଷାକ ବଣ୍ଟନ କରିଥିଲେ । ପରିଶେଷରେ ବିଦ୍ଯାଳୟ ଛାତ୍ରଛାତ୍ରୀଙ୍କ ଉନ୍ନତି ସକାଶେ ସରକାରଙ୍କ ବିଭିନ୍ନ ପ୍ରୋତ୍ସାହନ ସମ୍ପର୍କରେ ଆଲୋକପାତ କରିଥିଲେ। ଏଥିସହ ମୁଖ୍ୟ ଅତିଥି ଶ୍ରୀ ସେଠୀ ମୋ ସ୍କୁଲ ପ୍ରୋଗ୍ରାମ ସମ୍ପର୍କରେ ଗୁରୁତ୍ୱାରୋପ କରି ଛାତ୍ରଛାତ୍ରୀଙ୍କ ପିତାମାତା ଓ ଅଭିଭାବକ ମାନଙ୍କୁ କାର୍ଯ୍ୟକ୍ରମ ପ୍ରତି ଆକୃଷ୍ଟ କରିବା ଏବଂ ବିଦ୍ଯାଳୟର ବିକାଶ ନିମନ୍ତେ ୧ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଧାନଶିକ୍ଷକଙ୍କୁ ପ୍ରଦାନ କରିଥିଲେ । ସେହିପରି ରାଜ୍ୟ ସରକାରଙ୍କ ଅନୁମୋଦନରେ ବିଦ୍ଯାଳୟକୁ ୪ ଲକ୍ଷ ଟଙ୍କା ପଞ୍ଚାୟତ ତରଫରୁ ମଞ୍ଜୁର ହୋଇଥିବା ବକ୍ତବ୍ୟରେ ପ୍ରକାଶ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ସହଯୋଗ ପ୍ରଦାନ କରିଥିଲେ ।

ଦିଗପହଣ୍ଡି ପ୍ରତିନିଧି କିରଣ କୁମାର ବେହେରା