କୋଦଳା – କୋଦଳା ସ୍ତିତ ଲକ୍ଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଜାତୀୟ ସେବା ଯୋଜନା ତରଫରୁ ସଡ଼କ ସୁରକ୍ଷା ସପ୍ତାହ ଏବଂ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ର ଅଧକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲି ସଭାପତିତ୍ୟ କରିଥିବାବେଳେ , ସମ୍ମାନିତ ଅତିଥି ଭାବେ କୋଦଳା ଥାନା ଅଧିକାରୀ ଶ୍ରୀଯୁକ୍ତ ଉମାକାନ୍ତ ସାହୁ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଏବଂ ଜାତୀୟ ସେବା ଯୋଜନା ର ସ୍ଵଚ୍ଛାସେବୀ ମାନଙ୍କୁ ସଡ଼କ ସୁରକ୍ଷା ଉପରେ ସଚେତନତା କରିବା ସହ ଜନସାଧାରଣଙ୍କ ନିକଟରେ ଏହି ବାର୍ତ୍ତା ପହଞ୍ଚାଇବା ପାଇଁ ଉପଦେଶ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ,ଅଧ୍ୟାପିକା ଓ କର୍ମଚାରୀ ମାନେ ଉପସ୍ଥିତ ରହି କାର୍ଯ୍ୟ ସଫଳ କରିଥିଲେ । ଏଥିରେ ଅର୍ଥନୀତି ବିଭାଗର ଅଧ୍ୟାପକ ଡ଼. ବିଷ୍ଣୁ ନାରାୟଣ ସେଠୀ ସଡକ ସୁରକ୍ଷା ଉପରେ ଛାତ୍ରଛାତ୍ରୀ ମାନଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ । ଜାତୀୟ ସେବା ଯୋଜନା ର ଅଧିକାରୀ ଡ. ପ୍ରଦୀପ କୁମାର ପଣ୍ଡା , ବରିଷ୍ଠ ଅଧ୍ୟାପକ ଶ୍ରୀ ସାଗର ଚାନ୍ଦ୍ ପାତ୍ର ଏବଂ ସାଗରିକ ଦାଶ ଉପସ୍ଥିତ ରହି ସଭା ପରିଚାଳନା କରିଥିଲେ।ଗଞ୍ଜାମ କୋଦଳା ରୁ କୃଷ୍ଣ ଚନ୍ଦ୍ର ପଲାଇ ଙ୍କ ରିପୋର୍ଟ ଆଇ ଜେ ବି ନିଉଜ୍ ।
