କୋଦଳା
ଆସନ୍ତା ୨୫ ରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଗସ୍ତରେ ଆସୁଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ଉକ୍ତ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବା ତଥା ଜନସାଧାରଣ କିଭଳି ସୁରୁଖୁରୁରେ ସଚିବଙ୍କୁ ଭେଟିବେ ସେ ନେଇ ଏକ ପ୍ରସ୍ତୁତି ବୈଠକ ମଂଗଳବାର ସଂଧ୍ୟାରେ କୋଦଳା ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବରିଷ୍ଠ ବିଜେଡି ନେତା ହରପ୍ରସାଦ ସାହୁ, କୋଦଳା ପୂର୍ବତନ ନଗରପାଳିକା ସୂନୀତା ପ୍ରଭା ସାହୁ ଯୋଗ ଦେଇ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି। କାର୍ଯ୍ୟକ୍ରମରେ କିଭଳି ହଜାର ହଜାର ସଂଖ୍ୟାରେ ଲୋକ ସାମିଲ ହେବେ ସେ ନେଇ ପ୍ରସ୍ତୁତି ବୈଠକରେ ଆଲୋଚନା ହୋଇଛି ।
ସେପଟେ ଗସ୍ତ କାର୍ଯ୍ୟକ୍ରମ ଥିବାରୁ ଏହାକୁ ସଫଳ କରିବା ପାଇଁ ପ୍ରଶାସନିକ ଓ ରାଜନୈତିକ ସ୍ତରରେ ବ୍ୟାପକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି।ଜିଲ୍ଲାପାଳ ଓ ସ୍ଥାନୀୟ ପ୍ରଶାସନିକ ଓ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଗ୍ରାଉଣ୍ଡ ଜିରୋରେ ପହଞ୍ଚି ପ୍ରସ୍ତୁତିକୁ ଟିକିନିଖି ପରଖୁଥିଵା ଦେଖିବାକୁ ମିଳିଛି।ଗଞ୍ଜାମ କୋଦଳା ରୁ କୃଷ୍ଣ ଚନ୍ଦ୍ର ପଲାଇ ଙ୍କ ରିପୋର୍ଟ ଆଇ ଜେ ବି ନିଉଜ୍ ।
