You are currently viewing ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ।
ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର , ୩୦/୦୯ -:- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି। ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପଣ କରିଛନ୍ତି । ବିଶିଷ୍ଟ ସାନ୍ତାଳୀ ଭାଷାବିତ୍‌ ଶ୍ରୀ ଚୈତନ୍ୟ ପ୍ରସାଦ ମାଝୀ ଏହି ଶଦ୍ଦକୋଷକୁ ପ୍ରସ୍ତୁତ କରିଛନ୍ତି। ଶ୍ରୀ ମାଝିଙ୍କୁ ସାନ୍ତାଳୀ ଭାଷାର ଭାଷାବିତ୍ ମାନେ ସହଯୋଗ କରିଥିଲେ। ସାନ୍ତାଳୀ ଭାଷା ଆମ ସମ୍ବାଧାନର ଅଷ୍ଟମ ପରିଚ୍ଛେଦରେ ସ୍ଥାନିତ ହୋଇଛି।

ସାନ୍ତାଳୀ ସହିତ ଅନ୍ୟ ଜନଜାତି ଭାଷାରେ ଶଦ୍ଦକୋଷ ପ୍ରକାଶନ ପାଇଁ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି। ବିଭାଗ ପକ୍ଷରୁ ଆଉ ୧୧ଟି ଜନଜାତି ଭାଷାରେ ପ୍ରାଥମିକ ଅତିରିକ୍ତ ପାଠ୍ୟପୁସ୍ତକ ପ୍ରସ୍ତୁତି ପାଇଁ କାର୍ଯ୍ୟ ଜାରି ରହିଛି । ଜନଜାତି ସାହିତ୍ୟ ଓ ସଂସ୍କୃତି ସଂପର୍କରେ ଆଗ୍ରହ ଓ ସଚେତନା ସୃଷ୍ଟି କରିବା ପାଇଁ ବିଭାଗ ପକ୍ଷରୁ ଏସବୁକୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଅନ୍‌ ଲାଇନ୍‌ରେ ଉପଲବ୍‌ଧ ହେବ। ବିଭିନ୍ନ ଜନଜାତି ଭାଷାରେ ସାର୍ଟିଫିକେଟ କୋର୍ସ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି। ପ୍ରତି ଜିଲ୍ଲାରେ ଲଙ୍ଗୁଏଜ୍ ଲାବ୍ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।