ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାରର ପ୍ରତିବାଦ ଏବଂ ବେଗୁନିଆପଡା ବ୍ଲକ ସମେତ ଗଞ୍ଜାମ ଜିଲ୍ଲା କୁ ମରୁଡ଼ି ଘୋଷଣା ସମେତ ବିଭିନ୍ନ ଦାବି ନେଇ ବିଜେପି ତରଫରୁ କବିସୂର୍ଯ୍ୟ ନଗର ନିର୍ବାଚନ ମଣ୍ଡଳୀର ବେଗୁନିଆପଡା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରାଯିବା ସହ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି। ଶତାଧିକ ଚାଷୀ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ଶ୍ରୀମତୀ ମୀରା ବାଇ ଦେଓ ଙ୍କ ନେତୃତ୍ୱରେ ଶୋଭାଯାତ୍ରାରେ ଆସି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିବା ପରେ ରାଜ୍ୟ ସରକାରଙ୍କ ଅପାରଗତା, ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୁଦ୍ଧରେ ବିଶୋଦ ଗାର କରିଥିଲେ। ଗଞ୍ଜାମ ରୁ ଜ୍ୟୋତି ରଞ୍ଜନ ଗୌଡ ଙ୍କ ରିପୋର୍ଟ।
