You are currently viewing ଛତିଶଗଡ ରାଜ୍ୟପାଳଙ୍କ ଦ୍ଵାରା ପୁସ୍ତକ ଉନ୍ମୋଚନ
ଛତିଶଗଡ ରାଜ୍ୟପାଳଙ୍କ ଦ୍ଵାରା ପୁସ୍ତକ ଉନ୍ମୋଚନ

ବେଗୁନିଆପଡା (୨୭.୧୨.୨୦୨୩)-: ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତ ସ୍ଥିତ ଦଣ୍ଡପାଣି ସୁମନ୍ତରାୟ ଉଚ୍ଚ ବିଦ୍ୟାଳୟ ର ରାଜ୍ଯ ପୁରସ୍କାର ପ୍ରାପ୍ତ ବିଜ୍ଞାନ ଶିକ୍ଷକ ପ୍ରସନ୍ନ କୁମାର ନାୟକଙ୍କ ଦ୍ଵାରା ଲିଖିତ ‘ଦିବସ ୧୦୧ ‘ ପୁସ୍ତକ ଛତିଶଗଡ ମହାମହିମ ରାଜ୍ୟପାଳ ଶ୍ରୀଯୁକ୍ତ ବିଶ୍ଵଭୂଷଣ ହରିଚନ୍ଦନ ଙ୍କ ଦ୍ଵାରା ଭୁବନେଶ୍ଵର ସ୍ଥିତ ବାସଭବନ ପରିସରରେ ଉନ୍ମୋଚନ ହୋଇଯାଇଛି । ଏଥିସହିତ ପୂର୍ବରୁ ମଧ୍ଯ ଓଡିଶା ର ପ୍ରାକ୍ତନ ମହାମହିମ ରାଜ୍ୟପାଳ ପ୍ରଫେସର ଡଃ ଗଣେଶୀ ଲାଲଙ୍କ ଦ୍ଵାରା ଶ୍ରୀ ନାୟକଙ୍କ ଲିଖିତ ପୁସ୍ତକ ‘ଶରିର ଗାଥା ‘ ପୁସ୍ତକ ଉନ୍ମୋଚିତ ହୋଇଥିଲା । ଉକ୍ତ ପୁସ୍ତକରେ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ପାଳିତ ହେଉଥିବା ୧୦୧ ଟି ଗୁରୁତ୍ୱପୂର୍ଣ୍ଣ ଦିବସ ଗୁଡିକର ତାତ୍ପର୍ଯ୍ୟ, ଉଦ୍ଦେଶ୍ୟ ଓ କାରଣ ସମ୍ପର୍କରେ ବିଶଦ ଭାବରେ କବିତା ମାଧ୍ୟମରେ ପ୍ରକାଶ କରାଯାଇଛି l
ଏକାଧାରରେ ଶ୍ରୀ ନାୟକ ଜଣେ ଉତ୍ତମ ଶିକ୍ଷକ ସହ ଜଣେ ସୁନାମଧନ୍ୟ ସାହିତ୍ୟିକ ଓ ଲେଖକ ।ବର୍ତ୍ତମାନ ସୁଦ୍ଧା ତାଙ୍କର ୫ ଗୋଟି ଲିଖିତ ପୁସ୍ତକ ଉନ୍ମୋଚିତ ହୋଇଯାଇଛି ।
ଗଞ୍ଜାମ କୋଦଳା ରୁ କୃଷ୍ଣ ଚନ୍ଦ୍ର ପଲାଇ ଙ୍କ ରିପୋର୍ଟ ଆଇ ଜେ ବି ନିୟୁଜ।