କୋଦଳା
ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ରାଜ୍ୟ ଆଶାକର୍ମୀ ସଂଘ ପକ୍ଷରୁ ସୋମବାର ବିକ୍ଷୋଭ ଓ ଗଣଧାରଣା କରାଯାଇଛି। ଭାରତୀୟ ମଜଦୂର ସଂଘ ଡାକରାରେ ୭ ଦଫା ଦାବି ନେଇ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ନେଇ ବ୍ଲକ ଆଶାକର୍ମୀ ସଂଘ ସଭାନେତ୍ରୀ ବବିତା ରାଉତ କହିଛନ୍ତି। ବେଗୁନିଆପଡ଼ା ବ୍ଲକ ଓ କୋଦଳା ଏନଏସିର ୧୨୮ ଜଣ ଆଶାକର୍ମୀ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ଏକତ୍ରିତ ହୋଇ ବିଭିନ୍ନ ସ୍ଲୋଗାନ ଦେଇ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଧାରଣା ଦେଇ ସେମାନଙ୍କ ଦାବି ଉପସ୍ଥାପନ କରିଛନ୍ତି । ଆଶାକର୍ମୀଙ୍କୁ ସରକାରୀ ମାନ୍ୟତା ପ୍ରଦାନ, ମାସିକ ୧୮ ହଜାର ଟଙ୍କା ଦରମା, ପେନ୍ସନ୍ ୫ ହଜାର ଟଙ୍କା, ଅବସରକାଳୀନ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ, କାର୍ଯ୍ୟରତ ସମୟରେ ମୃତ୍ୟୁବରଣ କଲେ ୫ଲକ୍ଷ ଟଙ୍କା ସହାୟତା ଓ ସ୍ଥାୟୀ ନିଯୁକ୍ତି ଆଦି ଦାବି କରିଛନ୍ତି । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଗଣଧାରଣା ଦିଆଯିବ ବୋଲି ସଂଘ ସମ୍ପାଦିକା ବିଷ୍ନୁ ପ୍ରିୟା ସାହୁ କହିଛନ୍ତି।ଗଞ୍ଜାମ ଜିଲ୍ଲା କୋଦଳା ରୁ କୃଷ୍ଣଚନ୍ଦ୍ର ପଲାଇ ଙ୍କ ରିପୋର୍ଟ ଆଈ ଜେ ବି ନିୟୁଜ।
