You are currently viewing ସୁମଣ୍ଡଳ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ସାଧାରଣତନ୍ତ୍ର ଦିବସ ଓ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
ସୁମଣ୍ଡଳ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ସାଧାରଣତନ୍ତ୍ର ଦିବସ ଓ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ବେଗୁନିଆପଡା (, ୨୭.୧.୨୦୨୪)-: ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ସୁମଣ୍ଡଳ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ଓ ବାର୍ଷିକ କ୍ରୀଡା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଜୀବନ ଦ୍ୟୁତି ଏଜୁକେସନାଲ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟ ର ସଭାପତି ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଛାତ୍ର ଛାତ୍ରୀ, ଗୁରୁଜୀ ଗୁରୁମା ଏବଂ ଅନ୍ୟାନ୍ୟ ଅତିଥି ମାନେ ଉପସ୍ଥିତ ଥିଲେ । ଅନୁଷ୍ଠିତ ବାର୍ଷିକ କ୍ରୀଡା ଉତ୍ସବ କାର୍ଯ୍ୟକ୍ରମ ରେ ଟ୍ରଷ୍ଟ ସଭାପତି ସୁଶାନ୍ତ କୁମାର ବିଶ୍ବାଳ ସଭାପତିତ୍ବ କରିଥିବା ବେଳେ ମୁଖ୍ୟଅତିଥି ଭାବେ ସରପଞ୍ଚ ଶିବଶଙ୍କର ବାରିକ, ମୁଖ୍ୟ ବକ୍ତାଭାବେ ପ୍ରଦୀପ କୁମାର ବିଶ୍ଵାଳ, ସମ୍ମାନିତ ଅତିଥି ଭାବେ ସମିତିସଭ୍ଯ ସନ୍ତୋଷ କୁମାର ସାହୁ, ସୁଶିଲ୍ କୁମାର ବିଶ୍ଵାଳ, ଆରତ କୁମାର ବେହେରା, ବିନୋଦ କୁମାର ଗୌଡ,
ବି ଏଫ୍ ଟି ରବୀନ୍ଦ୍ରନାଥ ସାହୁ, ବିଷ୍ଣୁ ପ୍ରସାଦ କହର ସମେତ ଅନ୍ୟମାନେ ଉପସ୍ଥିତ ଥିଲେ । ପ୍ରଥମେ ଅତିଥିମାନେ ପ୍ରଦୀପ ପ୍ରଜ୍ବଳନ କରି ସଭାକାର୍ଯ୍ୟ ଆରମ୍ଭ କରିଥିଲେ । ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ କ୍ରୀଡା ର ମହତ୍ତ୍ଵ ଏବଂ ସାଧାରଣତନ୍ତ୍ର ଦିବସର ମହତ୍ଵ ଆଦି ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ । ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।
ବିଭିନ୍ନ କ୍ରୀଡା କ୍ଷେତ୍ରରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ସୁଶିଲ କୁମାର ବିଶ୍ଵାଳ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ରଞ୍ଜୟ ପ୍ରଧାନ, ଗୋବିନ୍ଦ ସ୍ଵାଇଁ ପ୍ରମୂଖ ଉପସ୍ଥିତ ରହି ସହଯୋଗ କରିଥିଲେ ।ଗଞ୍ଜାମ କୋଦଳା ରୁ କୃଷ୍ଣ ଚନ୍ଦ୍ର ପଲାଇ ଙ୍କ ରିପୋର୍ଟ ଆଇ ଜେ ବି ନିୟୁଜ।